
ଭୁବନେଶ୍ୱର, 26 ଏପ୍ରିଲ୍ (ହି.ସ.)- ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ
ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ
ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଓଡ଼ିଆ ଅସ୍ମିତାକୁ
ଗରୀୟାନ କରିବା ଦିଗରେ ତାଙ୍କର ଅତୁଳନୀୟ ଅବଦାନକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ ମନେ
ପକାଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା