
ଭୁବନେଶ୍ୱର, ୨୮ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣରା ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ସୋରଡ଼ାରେ ସର୍ବାଧିକ ୫୩.୬ ମି.ମି. ବର୍ଷା ରେକର୍ଡ଼଼ର୍ ହୋଇଛି ।
ସେହିପରି ଗଞ୍ଜାମ ଜିଲ୍ଲାର ଧରାକୋଟରେ ୨୨.୬ ମି.ମି., ନୟାଗଡ଼ ଜିଲ୍ଲାର ଖଣ୍ଡପଡାରେ ୧୦.୮ ମି.ମି., ବଲାଙ୍ଗିର ଜିଲ୍ଲାର ବଙ୍ଗମୁଣ୍ଡାରେ ୧୦.୦ ମି.ମି., ନୟାଗଡ଼ ଜିଲ୍ଲାର ନୂଆଗାଁରେ ୮.୧ ମି.ମି., ନୟାଗଡ଼ରେ ୭.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ୬.୦ ମି.ମି., ରାଉରକେଲାରେ ୫.୪ ମି.ମି., ବଣାଇଗଡ଼ରେ ୫.୦ ମି.ମି., ଲହୁଣିପଡାରେ ୪.୨ ମି.ମି., ବରଗଡ଼ ଜିଲ୍ଲାର ବିଜେପୁରରେ ୪.୦ ମି.ମି., ଗଞ୍ଜାମ ଜିଲ୍ଲାର ଆସ୍କାରେ ୩.୬ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ୩.୩ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ