
ଭୁବନେଶ୍ୱର, ୨୮ ଅପ୍ରେଲ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ମଇ ୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ,ଗଞ୍ଜାମ, ଗଜପତି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ନୟାଗଡ଼, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ୫୦ରୁ ୬୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖ ସକାଳ ଠାରୁ ମଇ ୧ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମଇ ୨ ତାରିଖ ସକାଳ ଠାରୁ ମଇ ୩ ତାରିଖ ସକାଳ ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମଇ ୩ ତାରିଖ ସକାଳ ଠାରୁ ମଇ ୪ ତାରିଖ ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମଇ ୪ ସକାଳ ଠାରୁ ମଇ ୫ ତାରିଖ ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ