ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କୋରାପୁଟ ଜିଲ୍ଲାର ନନ୍ଦପୁରରେ ସର୍ବାଧିକ ୪୨.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୩ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କୋରାପୁଟ ଜିଲ୍ଲାର ନନ୍ଦପୁରରେ ସର୍ବାଧିକ ୪୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୩୭.୦ ମି.ମି., କୋରାପୁଟ ଜିଲ୍ଲାର ସିମିଳିଗୁଡାରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କୋରାପୁଟ ଜିଲ୍ଲାର ନନ୍ଦପୁରରେ ସର୍ବାଧିକ ୪୨.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୩ ଅପ୍ରେଲ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କୋରାପୁଟ ଜିଲ୍ଲାର ନନ୍ଦପୁରରେ ସର୍ବାଧିକ ୪୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୩୭.୦ ମି.ମି., କୋରାପୁଟ ଜିଲ୍ଲାର ସିମିଳିଗୁଡାରେ ୧୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୭.୪ ମି.ମି., କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୨.୦ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁରରେ ୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande