
ଭୁବନେଶ୍ୱର, 03 ଏପ୍ରିଲ୍ (ହି.ସ.)- ଡ. ପ୍ରଦୀପ ପାଣିଗ୍ରାହୀଙ୍କୁ ଜନ୍ମଦିନର
ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବ୍ରହ୍ମପୁର ର ଲୋକପ୍ରିୟ ସାଂସଦ ଡ. ପ୍ରଦୀପ ପାଣିଗ୍ରାହୀ ଙ୍କୁ
ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମା' ବୁଢ଼ୀ ଠାକୁରାଣୀ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି
ପ୍ରଦାନ କରନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା