
ଭୁବନେଶ୍ୱର, ୦୮ ଏପ୍ରିଲ (ହି.ସ.) - ମିଶନ ଶକ୍ତି ବିଭାଗ ପକ୍ଷରୁ ଆସନ୍ତାକାଲି (ଗୁରୁବାର) ପୋଖରୀପୁଟ ସ୍ଥିତ ମିଶନ ଶକ୍ତି ଭବନଠାରେ 'ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ପାଇଁ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ସମେତ ଜାତୀୟ ମହିଳା କମିଶନର ଅଧ୍ୟକ୍ଷା ଶ୍ରୀମତୀ ବିଜୟା କିଶୋର ରାହାତକର ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା