
ଭୁବନେଶ୍ୱର, ୧ ମଇ (ହି.ସ.)- କୁଆପଥରଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ଅର୍ଥାତ୍ ମଇ ୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ମଇ ୨ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
କୁଆପଥରଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଅନ୍ୟ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, କଳାହାଣ୍ଡି, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ନୂଆପଡା । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ୨୩ ଜିଲ୍ଲା, ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୨୦ ଜିଲ୍ଲା, ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୨୭ ଜିଲ୍ଲା, ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲା, ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୨୫ ଜିଲ୍ଲା ଏବଂ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ