ମଇ ୧ ରୁ ୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଭୁବନେଶ୍ୱର, ୧ ମଇ (ହି.ସ.)- ମଇ ୧ରୁ ୫ ତାରିଖ ପର୍ଯ୍ୟନ୍ତ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ମଇ ୧ ତାରିଖରେ ଓଡ଼ିଶା ଉପକୂଳ ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ତଥା ଏ
ମଇ ୧ ରୁ ୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ


ଭୁବନେଶ୍ୱର, ୧ ମଇ (ହି.ସ.)- ମଇ ୧ରୁ ୫ ତାରିଖ ପର୍ଯ୍ୟନ୍ତ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି ।

ମଇ ୧ ତାରିଖରେ ଓଡ଼ିଶା ଉପକୂଳ ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ତଥା ଏହାର ଝଟକା ୭୦ କି.ମି. ଛୁଇଁପାରେ ।

ସେହିପରି ମଇ ୨ରୁ ୫ ତାରିଖ ଉତର ଓଡ଼ିଶା ଉପକୂଳ ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ତଥା ଏହାର ଝଟକା ୬୦ କି.ମି. ଛୁଇଁପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande