ମାଟ୍ରିକ ପରୀକ୍ଷାରେ ଉତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୨ ମଇ (ହି.ସ.)- ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ , ମଧ୍ୟମା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ସମସ୍ତ ଛାଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ପୋଷ୍ଟଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଓଡ଼ି
mohan majhi


ଭୁବନେଶ୍ୱର, ୦୨ ମଇ (ହି.ସ.)- ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ , ମଧ୍ୟମା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ସମସ୍ତ ଛାଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି।

ଏକ୍ସରେ ପୋଷ୍ଟଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଏବଂ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଅଭିନନ୍ଦନ ଓ ଶୁଭେଚ୍ଛା। ପରୀକ୍ଷା ଫଳ ନିର୍ବିଶେଷରେ, ବିଚଳିତ ନହୋଇ ଦୃଢ଼ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ିବା ପାଇଁ ମୁଁ ସମସ୍ତଙ୍କୁ ଆହ୍ୱାନ କରୁଛି। ଆମ ବିଦ୍ୟାର୍ଥୀମାନଙ୍କର ସଂକଳ୍ପ ଓ ନିଷ୍ଠା ହିଁ ଆଗାମୀ ଦିନରେ ଏକ ସମୃଦ୍ଧ ଓଡ଼ିଶା ଗଠନରେ ସହାୟକ ହେବ। ସମସ୍ତଙ୍କର ମଙ୍ଗଳ ଓ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande