ମାଟ୍ରିକ ପରୀକ୍ଷାର କୃତୀ ଛାତ୍ରଛାତ୍ରୀଙ୍କୁ ନବୀନଙ୍କ ଶୁଭେଚ୍ଛା
ଭୁବନେଶ୍ୱର, ୦୨ ମଇ (ହି.ସ.)- ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସ ହ୍ୟାଣ୍ଡେଲରେ ନବୀନ ଲେଖିଛନ୍ତି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭ
Naveen Patnaik (File Photo)


ଭୁବନେଶ୍ୱର, ୦୨ ମଇ (ହି.ସ.)- ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି।

ଏକ୍ସ ହ୍ୟାଣ୍ଡେଲରେ ନବୀନ ଲେଖିଛନ୍ତି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର କୃତି ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମାର୍କ ତଥା ଫଳାଫଳ ଜୀବନର ମାପକାଠି ନୁହେଁ। ସମସ୍ତେ ଦୃଢ଼ ମନୋବଳ ଏବଂ ନିଷ୍ଠାର ସହ ଆଗକୁ ବଢ଼ନ୍ତୁ। ସଭିଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande