
ଭୁବନେଶ୍ୱର, ୨୬ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ମଇ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବରଗଡ଼, ସୋନପୁର ।
ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୨୭ ତାରିଖ ୧୪ ଜିଲ୍ଲା, ୨୮ ତାରିଖ ୧୪ ଜିଲ୍ଲା, ୨୯ ତାରିଖ ୧୧ ଜିଲ୍ଲା ଏବଂ ୩୦ ତାରିଖ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ