
ଭୁବନେଶ୍ୱର, ୨୬ ମଇ (ହି.ସ.)- ମଇ ୨୬ ତାରିଖ ସକାଳ ଠାରୁ ଜୁନ୍ ୨ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୭ ଜିଲ୍ଲା (ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ଗଞ୍ଜାମ, ଗଜପତି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଅନ୍ୟ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୧୯ ଜିଲ୍ଲା, ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୩୧ ତାରିଖ ସକାଳ ଠାରୁ ଜୁନ୍ ୧ ତାରିଖ ସକାଳ ସୁଦ୍ଧା ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଜୁନ୍ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ