ମହୁମାଛି ଆକ୍ରମଣରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ
କନ୍ଧମାଳ, ୨୬ ମଇ (ହି.ସ.)- କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଅଭାବନୀୟ ଘଟଣା । ବ୍ୟାଡମିଣ୍ଟନ ଖେଳି ଘରକୁ ଯିବାବେଳେ ଘର ଦୁଆରେ ଜଗି ବସିଥିଲା ଜମ । ଘରେ ପଶିବା ପୂର୍ବରୁ ଘର ସାମ୍ନାରେ ମହୁମାଛି ଆକ୍ରମଣରେ ଚାଲିଗଲା ଯୁବ ବ୍ୟବସାୟୀଙ୍କ ଜୀବନ । ମୃତକ ବାଲିଗୁଡ଼ା ସହରର ଯୁବ ବ୍ୟବସାୟୀ ଖଜୁରୀନାଳ ସାହି
ଫୋଟ


କନ୍ଧମାଳ, ୨୬ ମଇ (ହି.ସ.)- କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଅଭାବନୀୟ ଘଟଣା । ବ୍ୟାଡମିଣ୍ଟନ ଖେଳି ଘରକୁ ଯିବାବେଳେ ଘର ଦୁଆରେ ଜଗି ବସିଥିଲା ଜମ । ଘରେ ପଶିବା ପୂର୍ବରୁ ଘର ସାମ୍ନାରେ ମହୁମାଛି ଆକ୍ରମଣରେ ଚାଲିଗଲା ଯୁବ ବ୍ୟବସାୟୀଙ୍କ ଜୀବନ । ମୃତକ ବାଲିଗୁଡ଼ା ସହରର ଯୁବ ବ୍ୟବସାୟୀ ଖଜୁରୀନାଳ ସାହି ବାସିନ୍ଦା ବି. ମହେଶ୍ବର ଦୋରା(ପିଣ୍ଟୁ) ।

ସୂଚନା ଅନୁଯାୟୀ, ପ୍ରତିଦିନ ଭଳି ଆଜି ମଧ୍ୟ ପିଣ୍ଟୁ ବ୍ୟାଡମିଣ୍ଟନ ଖେଳିବାକୁ ଯାଇଥିଲେ । ଖେଳି ସାରି ଘରକୁ ଫେରିଥିଲେ ପିଣ୍ଟୁ । କିନ୍ତୁ, ନିଜ ଘର ଆଗରେ ମହୁମାଛି ଆକ୍ରମଣର ଶିକାର ହୋଇ ତଳେ ପଡ଼ି ଚେତାଶୂନ୍ୟ ହୋଇଯାଇଥିଲେ । ପରିବାର ଲୋକେ ତାଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ


 rajesh pande