
ଭୁବନେଶ୍ୱର, ୨୯ ମଇ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ଜୁନ୍ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ।
ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୩୦ ତାରିଖ ୧୧ ଜିଲ୍ଲା, ୩୧ ତାରିଖ ୧୧ ଜିଲ୍ଲା, ଜୁନ୍ ୧ ତାରିଖ ୧୧ ଜିଲ୍ଲା ଏବଂ ଜୁନ୍ ୨ ତାରିଖ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ