ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 24 ଜୁନ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ମହାନ ସ୍ୱାଧୀନତା
ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କୁ ଶ୍ରଦ୍ଧାଂଜଳି     ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 24 ଜୁନ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ମହାନ ସ୍ୱାଧୀନତା

ସଂଗ୍ରାମୀ ତଥା ଜନନାୟକ ନବକୃଷ୍ଣ ଚୌଧୁରୀଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ସେ

କେବଳ ଜଣେ ଜନନେତା ନଥିଲେ, ବରଂ ଉଚ୍ଚ ନୈତିକତା

ଓ ନିଷ୍ଠାର ଜ୍ୱଳନ୍ତ ପ୍ରତୀକ ଥିଲେ।

ମୁଖ୍ୟମନ୍ତ୍ରୀ

କହିଛନ୍ତି ଯେ, ରାଜ୍ୟର ସର୍ବାଙ୍ଗୀନ ବିକାଶ ପାଇଁ ତାଙ୍କର ଉତ୍ସର୍ଗୀକୃତ ସେବା ଅତୁଳନୀୟ। ଓଡ଼ିଶାର

ପ୍ରଗତି ପାଇଁ ସେ ଯେଉଁ ସୁଦୃଢ଼ ଭିତ୍ତିଭୂମି ସ୍ଥାପନ କରିଯାଇଛନ୍ତି, ତାହା

ସଦାସର୍ବଦା ଅବିସ୍ମରଣୀୟ। ତାଙ୍କର ସରଳ ଜୀବନଯାପନ, ସ୍ୱଚ୍ଛତା ଓ

ମୂଲ୍ୟବୋଧଭିତ୍ତିକ ରାଜନୀତି ଆମ ସମସ୍ତଙ୍କ ପାଇଁ ସଦା ପ୍ରେରଣାର ଉତ୍ସ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande