
ଭୁବନେଶ୍ୱର, 24 ଜୁନ୍ (ହି.ସ.)- ନୃତ୍ୟଶିଳ୍ପୀ ସଂଯୁକ୍ତା ପାଣିଗ୍ରାହୀଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ସଂଯୁକ୍ତା
ପାଣିଗ୍ରାହୀଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ଓଡ଼ିଶୀ ନୃତ୍ୟକୁ ବିଶ୍ୱଦରବାରରେ
ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିବା ସହ ଏହାର ଗୌରବକୁ ନୂତନ ଉଚ୍ଚତାରେ ପହଞ୍ଚାଇବାରେ ତାଙ୍କର
ଅବଦାନ ଚିରସ୍ମରଣୀୟ ହୋଇ ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା