
ଭୁବନେଶ୍ୱର, ୨୫ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ସର୍ବାଧିକ ୫୯.୦ ମି.ମି. ବର୍ଷା ରେକର୍ଡ ହୋଇଛି ।
ସେହିପରି ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡିରେ ୪୫.୦ ମି.ମି., ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୩୭.୨ ମି.ମି., ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରେ ୩୫.୦ ମି.ମି., ସାନଖେମୁଣ୍ଡିରେ ୩୫.୦ ମି.ମି., ଶେରଗଡ଼ରେ ୩୦.୦ ମି.ମି., କନ୍ଧମାଳ ଜିଲ୍ଲାର ବାଲିଗୁଡାରେ ୩୦.୦ ମି.ମି., ଗଞ୍ଜାମ ଜିଲ୍ଲାର ଆସିକାରେ ୨୯.୮ ମି.ମି., ନବରଙ୍ଗପୁର ଜିଲ୍ଲାର ଉମରକୋଟରେ ୨୫.୨ ମି.ମି., କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ୨୪.୪ ମି.ମି., କଟକ ଜିଲ୍ଲାର ନରସିଂହପୁରରେ ୨୪.୦ ମି.ମି., ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ୨୩.୦ ମି.ମି. ଏବଂ ରାୟଗଡ଼ା ଜିଲ୍ଲାର କୋଟ୍ରାଗୁଡାରେ ୧୮.୬ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ