
- ନାମ ଲେଖା ପାଇଁ ଛାତ୍ରଛାତ୍ରୀଙ୍କୁ ଦେୟ ଦବାକୁ ପଡିବନି
ଭୁବନେଶ୍ୱର, ୦୧ ଜୁଲାଇ (ହି.ସ) - ଜ୍ଞାନୋଦୟ- ଶିକ୍ଷାରୁ ସମୃଦ୍ଧି ନାମରେ ରାଜ୍ୟ ସରକାର ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ କେ.ଜି ରୁ ପି.ଜି ପର୍ଯ୍ୟନ୍ତ ଓଡିଶାର ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ଶିକ୍ଷାପ୍ରଦାନ କରିବା ପାଇଁ ନିଷ୍ପତି ଗ୍ରହଣ କରାଯାଇଛି। ଏଥିରେ ସରକାରୀ ଓସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ କୌଣସି ଦେୟ ପଡିବ ନାହିଁ।
ବୁଧବାର ଦିନ ରାଜ୍ୟ କ୍ୟାବିନେଟର ୪୩ତମ ବୈଠକରେ ଜ୍ଞାନୋଦୟ- ଶିକ୍ଷାରୁ ସମୃଦ୍ଧିକୁ ଅନୁମୋଦନ ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି।୍ୱୁଖ୍ୟମନ୍ତ୍ରୀ କହିଛନ୍ତି ଏହି ଐତିହାସିକ ନିଷ୍ପତି ଦ୍ୱାରା ରାଜ୍ୟର ଜଣେ ବି ଛାତ୍ର କିମ୍ବା ଛାତ୍ରୀ ଆଉ ଆର୍ôଥକ ଅଭାବ କାରଣରୁ ଶିକ୍ଷାରୁ ବଂଚିତ ହେବେ ନାହିଁ। କିମ୍ବା ପାଠପଢା ମଝିରୁ ପାଠ ଛାଡିବେ ନାହିଁ। ରାଜ୍ୟର ଛାତ୍ରଛାତ୍ରୀମାନଙ୍କ ପାଇଁ ଗୁଣାତ୍ମକ ଶିକ୍ଷାକୁ ଅଧିକ ସହଜଲଭ୍ୟ, ସମାନତା ଭିତିକ ଏବଂ ସୁଲଭ କରିବା ପାଇଁ ଏହା ଏକ ଐତିହାସିକ ପଦକ୍ଷେପ।
ଏହି ଯୋଜନା ଅଧୀନରେ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ଅଧିନସ୍ଥ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଅନୁଷ୍ଠାନଗୁଡ଼ିକରେ ନିୟମିତ ବା ରେଗୁଲାର୍ ପାଠ୍ୟକ୍ରମରେ ନାମ ଲେଖାଇଥିବା ଯୋଗ୍ୟ ଛାତ୍ରଛାତ୍ରୀମାନଙ୍କୁ ସମ୍ପୂର୍ଣ୍ଣ ନାମଲେଖା ଫି’ ଛାଡ଼ କରାଯିବ। ଚଳିତ ଶିକ୍ଷାବର୍ଷ ୨୦୨୬-୨୭ରୁ ଏହା କାର୍ଯ୍ୟକାରୀ ହେବ। ଏହି ଯୋଜନାରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ନବମରୁ ଦ୍ୱାଦଶ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀଙ୍କ ସମେତ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ, ସରକାରୀ କଲେଜ ଏବଂ ସରକାରୀ ଅନୁଦାନପ୍ରାପ୍ତ କଲେଜଗୁଡ଼ିକରେ ନିୟମିତ ଭାବେ ସ୍ନାତକ ଏବଂ ସ୍ନାତକୋତ୍ତର ପାଠ୍ୟକ୍ରମ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ଅନ୍ତର୍ଭୁକ୍ତ କରାଯିବ। ଓଡ଼ିଶାରେ କିଣ୍ଡରଗାର୍ଟେନ୍ ବା କେଜିରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷା ପୂର୍ବରୁ ଦେୟମୁକ୍ତ ଥିଲା। ଆର୍ôଥକ ଅଭାବ ଅନାଟନ ଯୋଗୁଁ ଯେପରି କୌଣସି ଯୋଗ୍ୟ ଛାତ୍ରଛାତ୍ରୀ ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତି, ତାହା ନିଶ୍ଚିତ କରିବା ପାଇଁ ଏହି ଯୋଜନାର ପରିକଳ୍ପନା କରାଯାଇଛି।
ଏହି ଯୋଜନାର ଲାଭ କେବଳ ଯୋଗ୍ୟ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଅନୁଷ୍ଠାନଗୁଡ଼ିକ ଦ୍ୱାରା ପରିଚାଳିତ ନିୟମିତ ପାଠ୍ୟକ୍ରମର ଛାତ୍ରଛାତ୍ରୀମାନଙ୍କୁ ହିଁ ମିଳିବ। ସେଲ୍ଫ-ଫାଇନାନ୍ସିଙ୍ଗ୍ ପାଠ୍ୟକ୍ରମ କିମ୍ବା ଅନୁଷ୍ଠାନ, ବେସରକାରୀ ଅଣ-ଅନୁଦାନପ୍ରାପ୍ତ ଅନୁଷ୍ଠାନ, ପିପିପି ମୋଡ୍ ର ଅନୁଷ୍ଠାନ ଓ ପାଠ୍ୟକ୍ରମ, ଏବଂ ବୃତ୍ତିଗତ ଓ ବୈଷୟିକ କାର୍ଯ୍ୟକ୍ରମଗୁଡ଼ିକୁ ଏହି ଯୋଜନାର ପରିସରଭୁକ୍ତ କରାଯାଇ ନାହିଁ। ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ବହୁ ବର୍ଷ ଧରି ଆମର ଯେଉଁ ଉଦ୍ୟମ ଜାରି ରହିଛି, ତାକୁ ସାକାର କରିବା ଦିଗରେ ଏହି ଯୋଜନା ଏକ ଫଳପ୍ରଦ ଭୂମିକା ଗ୍ରହଣ କରିବ।
ଏହି ଯୋଜନାର କାର୍ଯ୍ୟକାରିତା ପାଇଁ ପ୍ରଥମ ଆର୍ôଥକ ବର୍ଷରେ ୮୯୫.୫୭ କୋଟି ଟଙ୍କା ଏବଂ ପାଂଚ ବର୍ଷ ଅବଧି ମଧ୍ୟରେ ୫,୪୬୭.୫୫ କୋଟି ଟଙ୍କାର ଆନୁମାନିକ ବ୍ୟୟ ଅଟକଳକୁ ମଞ୍ଜୁରୀ ଦେଇଛନ୍ତି। ଏହାଦ୍ୱାରା ପ୍ରତିବର୍ଷ ୩୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ସେମାନଙ୍କ ପରିବାରର ଆର୍ôଥକ ବୋଝ ଯଥେଷ୍ଟ ମାତ୍ରାରେ ହ୍ରାସ ପାଇବ।ଏହି ପ୍ରୟାସ ଜାତୀୟ ଶିକ୍ଷା ନୀତି ୨୦୨୦, ଓଡ଼ିଶା ଭିଜନ ୨୦୩୬ ଏବଂ ଓଡ଼ିଶା ଭିଜନ ୨୦୪୭ ର ଉଦ୍ଦେଶ୍ୟକୁ ପୂରଣ କରିବାରେ ସହାୟକ ହେବ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା