ପୁରୀ ରଥଯାତ୍ରାରେ ୨ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ ଜୁଲାଇ (ହି.ସ)- ଚଳିତ ବର୍ଷ ପୁରୀ ରଥଯାତ୍ରା ବେଳେ ଭିଡ ଭିତରେ ଅସୁସ୍ଥ ହୋଇ ପ୍ରାଣ ହରାଇଥିବା ଦୁଇ ଜଣ ଶ୍ରଦ୍ଧାଳୁଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଉଭୟଙ୍କ ନିକଟତମ ଆତ୍ମୀୟଙ୍କୁ ୧୦ ଲକ୍ଷ ଟଙ୍କା ଲେଖ
cmo


ଭୁବନେଶ୍ୱର,୨୦ ଜୁଲାଇ (ହି.ସ)- ଚଳିତ ବର୍ଷ ପୁରୀ ରଥଯାତ୍ରା ବେଳେ ଭିଡ ଭିତରେ ଅସୁସ୍ଥ ହୋଇ ପ୍ରାଣ ହରାଇଥିବା ଦୁଇ ଜଣ ଶ୍ରଦ୍ଧାଳୁଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଉଭୟଙ୍କ ନିକଟତମ ଆତ୍ମୀୟଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋମବାର ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଏହି ସୂଚନା ଦିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଗତ ଜୁଲାଇ ୧୬ ତାରିଖରେ ପୁରୀଠାରେ ଅସୁସ୍ଥତା ହେତୁ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିବା କଟକର ଅନୀଲ ଦାସ ଓ ମୁମ୍ବାଇର ଅଶୋକ ସୁବାରେ ରାଇକରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande