ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ : ୭୬ଟି ଦରଖାସ୍ତ ଗ୍ରହଣ
ସୁବର୍ଣପୁର, 20 ଜୁଲାଇ (ହି.ସ.) ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ରାଜେନ୍ଦ୍ର ମାଝୀ ଓ ସୋନପୁର ଉପଖଣ୍ଡ ପୋଲିସ ଅ
ତରଭା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ : ୭୬ଟି ଦରଖାସ୍ତ ଗ୍ରହଣ


ସୁବର୍ଣପୁର, 20 ଜୁଲାଇ (ହି.ସ.)

ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ରାଜେନ୍ଦ୍ର ମାଝୀ ଓ ସୋନପୁର ଉପଖଣ୍ଡ ପୋଲିସ ଅଧିକାରୀ କଲ୍ୟାଣୀ ବେହେରା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୭୬ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥିମଧ୍ୟରୁ ୬୨ଟି ବ୍ୟକ୍ତିଗତ ଏବଂ ୧୪ଟି ସାମୂହିକ ଦରଖାସ୍ତ ଥିଲା। ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି।ଏହି ଅବସରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ ମେହେର, ତରଭା ତହସିଲଦାର ସୁଶ୍ରୀ ଶ୍ୱେତାଲିନା ମାହାନା ଉପସ୍ଥିତ ଥିଲେ l .ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତରଭା ଶ୍ରୀ ଶିବାନନ୍ଦ କର୍ମୀଙ୍କ ଦ୍ୱାରା ଆୟୋଜିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀମତୀ ଉଷାରାଣୀ ଦାସ, ସହକାରୀ କଲେକ୍ଟର (ଜନ ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ

---------------

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande