ଭୀଷଣ ବର୍ଷା ସମ୍ଭାବନା ନେଇ ୨୧ରୁ ୨୩ ତାରିଖ ଓ ୨୪ରୁ ୨୭ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୧ ଜୁଲାଇ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ୨୧ ତାରିଖ ସକାଳ ଠାରୁ ୨୩ ତାରିଖ ଓ ୨୪ ତାରିଖ ସକାଳ ଠାରୁ ୨୭ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣରୁ ଅତି ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର
ଭୀଷଣରୁ ଅତି ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୧ ଜୁଲାଇ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ୨୧ ତାରିଖ ସକାଳ ଠାରୁ ୨୩ ତାରିଖ ଓ ୨୪ ତାରିଖ ସକାଳ ଠାରୁ ୨୭ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣରୁ ଅତି ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡା । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ବଲାଙ୍ଗିର, ନବରଙ୍ଗପୁର ।

ସେହିପରି ଭୀଷଣ ବର୍ଷାର ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା, ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୧୧ ଜିଲ୍ଲା ଏବଂ ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande