ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୧ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୧ ତାରିଖ ସକାଳ ଠାରୁ ୨୬ ତାରିଖ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୧ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୧ ତାରିଖ ସକାଳ ଠାରୁ ୨୬ ତାରିଖ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ନୂଆପଡା । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଢ଼େଙ୍କାନାଳ, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ଘଂଟା ପାଇଁ ୧୧ ଜିଲ୍ଲା, ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲା, ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୧୨ଜିଲ୍ଲା ଏବଂ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande