ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୪ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୪ ତାରିଖ ସକାଳ ଠାରୁ ୨୯ ତାରିଖ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା (ମୟୂରଭଞ୍ଜ, କେ
ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୪ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୪ ତାରିଖ ସକାଳ ଠାରୁ ୨୯ ତାରିଖ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆସନ୍ତା ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande