




ବଲାଙ୍ଗିର, ୨୫ ଜୁଲାଇ (ହି.ସ.)- ଆଜି ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ସେବା ଶିବିର ଶାନ୍ତିପଡ଼ା (ଟାଇଗର୍ କ୍ଲବ) ବଲାଙ୍ଗୀର ଠାରେ ଅନୁଷ୍ଠିତ ହେଇଥିଲା। ଏହି ସ୍ବାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ଥାନୀୟ ଆଶା କର୍ମୀ ଓ ସ୍ବାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ ଓ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ।
ଏହି ସ୍ବାସ୍ଥ୍ୟ ଶିବିର ଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ତଦାରଖ କରିଥିଲେ । ଏଥିରେ ୧୧୫ ରୁ ଉର୍ଦ୍ଧ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିରଟି ସୁଚାରୁ ରୂପେ ପରିଚାଳିତ ହୋଇଥିଲା।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ