ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୫ ଜୁଲାଇ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୨୫ ତାରିଖ ସକାଳ ଠାରୁ ଆସନ୍ତା ୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଅତ୍ୟଧିକ ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲା(କେନ୍ଦ
ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୫ ଜୁଲାଇ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୨୫ ତାରିଖ ସକାଳ ଠାରୁ ଆସନ୍ତା ୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଅତ୍ୟଧିକ ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲା(କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣରୁ ଅତି ଭୀଷଣ ବର୍ଷାର ସମ୍ଭାବନା ନେଇ ୯ ଜିଲ୍ଲା(ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଭୀଷଣ ବର୍ଷା ନେଇ ୯ ଜିଲ୍ଲା(ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ଗୋଟିଏ ଜିଲ୍ଲା(କେନ୍ଦୁଝର)କୁ ରେଡ୍ ୱାର୍ଣ୍ଣିଂ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ବରଗଡ଼, ସୋନପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ଏବଂ ୩୧ ତାରିଖ ସକାଳ ଠାରୁ ଅଗଷ୍ଟ ୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande