ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୨୪ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୨୫ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୨୫ ତାରିଖ ସକାଳ ଠାରୁ ଅଗଷ୍ଟ ୧ ତାରିଖ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୪ ଜିଲ୍ଲାକୁ ଚେତାବ
ଆଗାମୀ ୨୪ ଘଂଟା ପାଇଁ ୨୪ ଜିଲ୍ଲାକୁ ଚେତାବନୀ


ଭୁବନେଶ୍ୱର, ୨୫ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୨୫ ତାରିଖ ସକାଳ ଠାରୁ ଅଗଷ୍ଟ ୧ ତାରିଖ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୪ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୨୫ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୨୦ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୧୮ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା ଏବଂ ୩୧ ତାରିଖ ସକାଳ ଠାରୁ ଅଗଷ୍ଟ ୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande