ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା, ୨୪ ସ୍ଥାନରେ ଅତି ଭୀଷଣ ବର୍ଷା ଏବଂ ୬୦ ସ୍ଥାନରେ ଭୀଷଣ ବର୍ଷା : ବାଲେଶ୍ଵର ଜିଲ୍ଲାର ବାଲେଶ୍ଵରରେ ସର୍ବାଧିକ ୨୪୬.୬ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୮ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ଟି ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା, ୨୪ ସ୍ଥାନରେ ଅତି ଭୀଷଣ ବର୍ଷା ଏବଂ ୬୦ ସ୍ଥାନରେ ଭୀଷଣ ବର୍ଷା ହୋଇଛି । ବାଲେଶ୍ୱର ଜିଲ୍ଲାର ବାଲେଶ୍ୱରରେ ସର୍ବାଧିକ ୨୪୬.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବାଲେଶ୍ୱର ଜି
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା, ୨୪ ସ୍ଥାନରେ ଅତି ଭୀଷଣ ବର୍ଷା ଏବଂ ୬୦ ସ୍ଥାନରେ ଭୀଷଣ ବର୍ଷା : ବାଲେଶ୍ଵର ଜିଲ୍ଲାର ବାଲେଶ୍ଵରରେ ସର୍ବାଧିକ ୨୪୬.୬ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୮ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ଟି ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା, ୨୪ ସ୍ଥାନରେ ଅତି ଭୀଷଣ ବର୍ଷା ଏବଂ ୬୦ ସ୍ଥାନରେ ଭୀଷଣ ବର୍ଷା ହୋଇଛି । ବାଲେଶ୍ୱର ଜିଲ୍ଲାର ବାଲେଶ୍ୱରରେ ସର୍ବାଧିକ ୨୪୬.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବାଲେଶ୍ୱର ଜିଲ୍ଲାର ନୀଳଗିରିରେ ୨୩୯.୦ ମି.ମି., ଜଇପୁରରେ ୨୩୬.୮ ମି.ମି., ରେମୁଣାରେ ୨୨୨.୦ ମି.ମି., ଏନ.ଏଚ.-୫ ଗୋବିନ୍ଦପୁରରେ ୨୧୩.୮ ମି.ମି., ରାଜଘାଟରେ ୨୦୨.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୨୦୨.୦ ମି.ମି., ବାଲିମୁଣ୍ଡଳିରେ ୧୭୪.୨ ମି.ମି., ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରରେ ୧୬୨.୦ ମି.ମି., କେନ୍ଦୁଝର ଜିଲ୍ଲାର ହାଟଡିହିରେ ୧୬୦.୩ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ୧୫୯.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୧୫୮.୦ ମି.ମି. ଏବଂ ଭଦ୍ରକ ଜିଲ୍ଲାର ଧାମନଗରରେ ୧୫୫.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande