ହୀରାକୁଦ ଜଳଭଣ୍ଡାରରୁ ୨୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୩୧ ଜୁଲାଇ (ହି.ସ.)- ଶୁକ୍ରବାର ସକାଳ ୯ଟା ସୁଦ୍ଧା ପର୍ଯ୍ୟନ୍ତ ହୀରାକୁଦ ଜଳଭଣ୍ଡାରରୁ ୨ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଦିନ୧୨ଟା ସୁଦ୍ଧା ୧୦ଟି ଏବଂ ସନ୍ଧ୍ୟା ସୁଦ୍ଧା ପର୍ଯ୍ୟାୟ କ୍ରମେ ଆଉ ୧୦ଟି ସ୍ଲୁଇସ୍ ଗେଟ୍ ଖୋଲା
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୩୧ ଜୁଲାଇ (ହି.ସ.)- ଶୁକ୍ରବାର ସକାଳ ୯ଟା ସୁଦ୍ଧା ପର୍ଯ୍ୟନ୍ତ ହୀରାକୁଦ ଜଳଭଣ୍ଡାରରୁ ୨ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଚାଲିଥିବା ବେଳେ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଦିନ୧୨ଟା ସୁଦ୍ଧା ୧୦ଟି ଏବଂ ସନ୍ଧ୍ୟା ସୁଦ୍ଧା ପର୍ଯ୍ୟାୟ କ୍ରମେ ଆଉ ୧୦ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଫଳରେ ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୨୨ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୫ଟି ଏବଂ ଡାହାଣ ପାଶ୍ୱର୍ ଡାଇକ୍ ର ୭ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଆଜି ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୫.୧୫ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୪ ଲକ୍ଷ ୨୨ ହଜାର ୯୬୮ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୨୨ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ, ପାୱାର ଚେନେଲ, ଶିଳ୍ପ ବ୍ୟବହାର ଓ ବିଭିନ୍ନ କେନାଲ ଦେଇ ମୋଟ୍ ୩ ଲକ୍ଷ ୫୬ କ୍ୟୁସେକ୍ ବନ୍ୟାଜଳ ନିଷ୍କାସନ ହେଉଛି ।

ସେହିପରି ଗତ ୨୪ ଘଂଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାର ଉପର ମୁଣ୍ଡରେ ହାରାହାରି ୬.୨୬ ମି.ମି. ଏବଂ ତଳ ମୁଣ୍ଡରେ ହାରାହାରି ୩.୨୩ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande