
ଭୁବନେଶ୍ୱର, ୧୨ ଅଗଷ୍ଟ (ହି.ସ.) - ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୬ତମ ବୈଠକ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୬ ଟି ବିଭାଗର ୧୦ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି । ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ୨ଟି, ଶକ୍ତି ବିଭାଗର ୨ଟି, ଜଳ ସଂପଦ ବିଭାଗର ୨ଟି, ମହିଳା ଓ ଶିଶୁ ବିକାଶ ବିଭାଗର ୨ଟି, କୃଷି ଓ କୃଷକ ସଶକ୍ତିକରଣ ବିଭାଗ (ଏଗ୍ରିଷ୍ଟାକ) ସମ୍ପର୍କିତ ୧ଟି ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ ଟି, ଏହିପରି ମୋଟ ୬ଟି ବିଭାଗର ୧୦ ଟି ପ୍ରସ୍ତାବ ରାଜ୍ୟ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ।
ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକର ନିଷ୍ପତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା