
ଭୁବନେଶ୍ୱର, ୧୩ ଅଗଷ୍ଟ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୩ ତାରିଖ ସକାଳ ଠାରୁ ଆସନ୍ତା ୧୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୨୧ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୧୩ ଜିଲ୍ଲା, ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ