ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ
ଭୁବନେଶ୍ୱର,୧୪ ଅଗଷ୍ଟ (ହି.ସ) - କ୍ରାଇମବ୍ରାଂଚ ଡିଜି ବିନୟତୋଷ ମିଶ୍ରଙ୍କୁ ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ବର୍ତମାନ ଡିଜିପି ୱାଇ ବି ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ୧୯୯୩ ବ୍ୟାଚ୍ ଆଇପିଏସ୍ ବିନୟତୋଷ ମିଶ୍ରଙ
dg


ଭୁବନେଶ୍ୱର,୧୪ ଅଗଷ୍ଟ (ହି.ସ) - କ୍ରାଇମବ୍ରାଂଚ ଡିଜି ବିନୟତୋଷ ମିଶ୍ରଙ୍କୁ ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ବର୍ତମାନ ଡିଜିପି ୱାଇ ବି ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ୧୯୯୩ ବ୍ୟାଚ୍ ଆଇପିଏସ୍ ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ ମିଳିଛି।

ନୂଆ ଦାୟିତ୍ୱ ମିଳିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିନୟତୋଷ ମିଶ୍ର କହିଛନ୍ତି ଡିଜିପି ନିଯୁକ୍ତି ପର୍ଯ୍ୟନ୍ତ ଆଇନ ଶୃଙ୍ଖଳା ନିୟନ୍ତ୍ରଣକୁ ପ୍ରାଥମିକତା ଦେବି । ପୋଲିସ ବାହିନୀ ସହ ମିଶି ରାଜ୍ୟବାସୀଙ୍କୁ ସୁରକ୍ଷିତ ରଖିବା ମୋ ଦାୟିତ୍ୱ। ଅନ୍ତରୀଣ ଡିଜିପି ଭାବେ ମୋ ଦାୟିତ୍ୱ ନିର୍ବାହ ପାଇଁ ଚେଷ୍ଟା କରିବି। ସେହିପରି ଏହି ସୁଯୋଗ ମିଳିଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିନୟତୋଷ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande