ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୪ ଅଗଷ୍ଟ (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ଠାରୁ ଆସନ୍ତା ୧୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ
ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୪ ଅଗଷ୍ଟ (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ଠାରୁ ଆସନ୍ତା ୧୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ସମ୍ଭାବନା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡା ।

ଅନୁରୂପ ଭୀଷଣ ବର୍ଷା ସମ୍ଭାବନା ନେଇ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା (ସୁନ୍ଦରଗଡ଼, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande