
ଭୁବନେଶ୍ୱର, ୨୫ ଅଗଷ୍ଟ (ହି.ସ.)- ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ୨୭ ତାରିଖ ସକାଳ ଠାରୁ ଆସନ୍ତା ସେପ୍ଟେମ୍ବର୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତିଭୀଷଣ ବର୍ଷା ଏବଂ ଅନ୍ୟ କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ପାଇଁ ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ ।
ସେହିପରି ଭୀଷଣ ବର୍ଷା ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ସମ୍ଭାବନା ନେଇ ୮ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା (ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ