ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୭ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୨୫ ଅଗଷ୍ଟ (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲ
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୫ ଅଗଷ୍ଟ (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୨୨ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande