ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ
ବଲାଙ୍ଗିର 29 ଅଗଷ୍ଟ (ହି. ସ) ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରର ଓଡ଼ିଆ ବିଭାଗ ଏବଂ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗିର ଶାଖାର ମିଳିତ ଉଦ୍ୟମରେ ସ୍ବଭାବକବି ଗଙ୍ଗାଧର ମେହେର ଜୟନ୍ତୀ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ସଭ
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ


ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ


ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ


ବଲାଙ୍ଗିର 29 ଅଗଷ୍ଟ (ହି. ସ)

ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରର ଓଡ଼ିଆ ବିଭାଗ ଏବଂ ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବଲାଙ୍ଗିର ଶାଖାର ମିଳିତ ଉଦ୍ୟମରେ ସ୍ବଭାବକବି ଗଙ୍ଗାଧର ମେହେର ଜୟନ୍ତୀ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଛି । ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ସଭାପତିତ୍ବ କରିବା ସହିତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ସଂପର୍କରେ ଅବଗତ କରାଇଥିଲେ। ବିଶିଷ୍ଟ ସାହିତ୍ୟିକ ତଥା ଅଖିଳ ଭାରତୀୟ ସାହିତ୍ୟ ପରିଷଦର ସଭାପତି ଡକ୍ଟର ଭବାନୀ ଶଙ୍କର ପଟେଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଗଙ୍ଗାଧର ସାହିତ୍ୟରେ ଭାରତୀୟ ମୂଲ୍ୟବୋଧ ସଂପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ।ମୁଖ୍ୟବକ୍ତା ଭାବରେ ଶ୍ରୀମତୀ ଏଲୋରା ମିଶ୍ର ଯୋଗଦେଇ ଗଙ୍ଗାଧରଙ୍କ କାବ୍ୟକବିତାର ଦୃଷ୍ଟି ଓ ଦିଗନ୍ତ ସଂପର୍କରେ ଆଲୋଚନା ବିଶଦ ଆଲୋଚନା କରିଥିଲେ। ସମ୍ମାନିତ ବକ୍ତା ଏବଂ ସମ୍ମାନିତ ଅତିଥି ଭାବରେ ଡକ୍ଟର ଶ୍ରୀକାନ୍ତ କୁମାର ବାରିକ ଏବଂ ଡକ୍ଟର ଜଗନ୍ନାଥ ସାହୁ ଯୋଗଦେଇ ଗଙ୍ଗାଧରଙ୍କ ଜୀବନୀ ଓ ସାହିତ୍ୟର ବିଭିନ୍ନ ଦିଗ ସମ୍ପର୍କରେ ବିସ୍ତୃତ ଭାବରେ ବିଶ୍ଳେଷଣ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ବାରା ଆରମ୍ଭରୁ ଗଙ୍ଗାଧର ସଂଗୀତ ଗାନ କରାଯାଇଥିଲା ଏବଂ ଶେଷରେ ଗଙ୍ଗାଧର ଜୀବନ ଆଧାରିତ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। ସମଗ୍ର କାର୍ଯ୍ୟକ୍ରମକୁ ଅଧ୍ୟାପକ ସୁମନ୍ତ ରଣା ଏବଂ କବୟତ୍ରୀ ରଶ୍ମି ପାତ୍ର ସଂଯୋଜନା କରିଥିବା ବେଳେ କବି ବଳିଷ୍ଠ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ଛାତ୍ରଛାତ୍ରୀ ଏବଂ ବଲାଙ୍ଗିର ଜିଲ୍ଳାର ଅନେକ ଲେଖକ ଲେଖିକା ଏଥିରେ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande