
ଭୁବନେଶ୍ୱର, ୨୯ ଅଗଷ୍ଟ (ହି.ସ.)- ଆଗାମୀ ୬ ଦିନ ଅର୍ଥାତ୍ ୨୯ ତାରିଖ ସକାଳ ଠାରୁ ସେପ୍ଟେମ୍ବର ୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା, କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ଓ ଅନ୍ୟ କେତେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଅତ୍ୟଧିକ ଭୀଷଣ ବର୍ଷା ସମ୍ଭାବନା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ଭୀଷଣରୁ ଅତି ଭୀଷଣ ବର୍ଷାର ସମ୍ଭାବନା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା ସମ୍ଭାବନା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଜଗତସିଂହପୁର, ଯାଜପୁର, କଟକ, ଢ଼େଙ୍କାନାଳ, କେନ୍ଦୁଝର, ଅନୁଗୁଳ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣି, ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୧ ତାରିଖ ସକାଳ ଠାରୁ ସେପ୍ଟେମ୍ବର ୧ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲା, ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ