
ଭୁବନେଶ୍ୱର, ୨୯ ଅଗଷ୍ଟ (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୯ ତାରିଖ ସକାଳ ଠାରୁ ଆସନ୍ତା ସେପ୍ଟେମ୍ବର ୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଅନୁରୂପ ଭାବେ ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲା, ୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲା, ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲା, ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ