
ପୁରୀ, ୩୧ ଅଗଷ୍ଟ (ହି.ସ.)- ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି । ସୋମବାର ଏବଂ ମଙ୍ଗଳବାର ଦୁଇଦିନ ଧରି ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି କାର୍ଯ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ କରାଯିବ । ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ କରାଯିବ ।
ଏହି ଗଣତି ମଣତି କାର୍ଯ୍ୟରେ ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସହିତ ପ୍ରାଧିକୃତ ସେବାୟତ, ଶ୍ରୀମନ୍ଦିର ବଣିଆ, ଜେମୋଲୋଜିଷ୍ଟ, ଭଣ୍ଡାର ମେକାପ, ଦେଉଳକରଣ ଉପସ୍ଥିତ ରହିବେ । ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ପରିଚାଳନା ପ୍ରକ୍ରିୟା(ଏସଓପି) ଆଧାରରେ ସମସ୍ତ କାର୍ଯ୍ୟ କରାଯିବ । ମହାପ୍ରଭୁଙ୍କ ଦୂର୍ଲ୍ଲଭ ସ୍ୱର୍ଣ୍ଣ ଅଳଙ୍କାର ସହିତ ହୀରା, ଲୀଳା, ମୋତି ମାଣିକ୍ୟର ଗଣତି ମଣତି କରାଯିବ । ସମ୍ପୂର୍ଣ୍ଣ ସିସିଟିଭି ସର୍ଭେଲାନ୍ସ ମଧ୍ୟରେ ଗଣତି ମଣତି କାର୍ଯ୍ୟର ଭିଡ଼ିଓଗ୍ରାଫି ଓ ଫଟୋଗ୍ରାଫି କରାଯିବ । ୧୯୭୮ ମସିହା ତାଲିକା ଅନୁସାରେ ସମସ୍ତ ରତ୍ନ ଅଳଙ୍କାରର ମେଳକ କରାଯିବ । ଏହି ଗଣତିମଣତି ସମୟରେ ବାହାର କାଠ ନିକଟରୁ ସର୍ବସାଧାରଣ ଦର୍ଶନ କରିପାରିବେ ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ