
କଟକ, ୩୧ ଅଗଷ୍ଟ (ହି.ସ.)- ବିଡ଼ାନାସୀ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ଲାଲବାଗ ଥାନା ସମ୍ମୁଖ କାଠଯୋଡ଼ି ନଦୀରୁ ଆଜି ସକାଳେ ଏକ ଅଜଣା ମୃତଦେହ ଉଦ୍ଧାର କରାଯାଇଛି । ମୃତଦେହ ଉଦ୍ଧାର ପରେ ଏହାକୁ ବ୍ୟବଚ୍ଛେଦ ନିମନ୍ତେ କଟକ ବଡ ମେଡିକାଲକୁ ପଠାଯାଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ତେବେ ଏହି ମୃତଦେହଟି କାହାର, ଏଠାକୁ କିପରି ଆସିଲା ସେନେଇ ତଦନ୍ତ କରୁଛି ପୋଲିସ ।
ଆଜି ସକାଳେ ସ୍ଥାନୀୟ ଲୋକେ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ପାଇଥିଲେ । ସେମାନେ ଏ ସମ୍ପର୍କରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପରେ ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଂଚିଥିଲେ ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ