ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ସର୍ବାଧିକ ୬୨.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୭ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ସର୍ବାଧିକ ୬୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ୫୬.୦ ମି.ମି., କନ୍ଧମାଳ ଜିଲ୍ଲାର ଚକାପାଦରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ସର୍ବାଧିକ ୬୨.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୭ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ସର୍ବାଧିକ ୬୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ୫୬.୦ ମି.ମି., କନ୍ଧମାଳ ଜିଲ୍ଲାର ଚକାପାଦରେ ୩୬.୪ ମି.ମି., ଖୋର୍ଦ୍ଧା ଜିଲ୍ଲାର ବାଣପୁରରେ ୩୨.୦ ମି.ମି., କେନ୍ଦୁଝର ଜିଲ୍ଲାର ଘସିପୁରାରେ ୩୧.୩ ମି.ମି., ଆନନ୍ଦପୁରରେ ୨୮.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ବହଳଦାରେ ୨୬.୦ ମି.ମି., ତିରିଂରେ ୨୫.୨ ମି.ମି., କେନ୍ଦ୍ରାପଡା ଜିଲ୍ଲାର ରାଜକନିକାରେ ୨୫.୦ ମି.ମି., ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ୨୩.୦ ମି.ମି., କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୨୨.୪ ମି.ମି., ଗଜପତି ଜିଲ୍ଲାର ମହେନ୍ଦ୍ରଗଡ଼ରେ ୨୧.୦ ମି.ମି. ଏବଂ କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୧୮.୪ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande