ବାଟଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୪ତମ ଜନ୍ମ ଜୟନ୍ତୀ ପାଳିତ

ସମ୍ବଲପୁର, ୦୨, ସେପ୍ଟେମ୍ବର (ହି.ସ.) ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଳକ୍ ଅନ୍ତର୍ଗତ ବାଟଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସ୍ୱଭାବ କବି ତଥା ପ୍ରକୃତି କବି ଗଙ୍ଗାଧର ମେହେରଙ୍କ ୧୬୪ ତମ ଜନ୍ମଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିସରରେ ଏକ ସ୍ୱତନ୍ତ୍ର ଆଲୋଚନାଚକ୍ର ଆୟୋଜିତ ହୋଇଥିଲା। ଅଧ୍ୟକ୍ଷ ରମେଶ କୁମାର ଅଗରୱାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ପ୍ରଥମେ କବି ଗଙ୍ଗାଧର ମେହେରଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା।

ମୁଖ୍ୟବକ୍ତା ଭାବେ ଅଧ୍ୟାପକ ଶରତ କୁମାର ଶତପଥୀ ଓ ଅଧ୍ୟାପକ ପ୍ରଫୁଲ୍ଲ କୁମାର ପ୍ରଧାନ ଯୋଗଦେଇ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସାହିତ୍ୟ କୃତିର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ତାଙ୍କ କାବ୍ୟରେ ପ୍ରକୃତିପ୍ରେମ, ଦେଶପ୍ରେମ ସହ ଓଡ଼ିଆ ଭାଷା ଓ ସାହିତ୍ୟର ସମୃଦ୍ଧି ପାଇଁ ଥିବା ଅବଦାନ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବାଟଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ଶୈଳେଶ

 rajesh pande