ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କୋରାପୁଟ ଜିଲ୍ଲାର କୋରାପୁଟରେ ସର୍ବାଧିକ ୮୨.୮ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୦ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କୋରାପୁଟ ଜିଲ୍ଲାର କୋରାପୁଟରେ ସର୍ବାଧିକ ୮୨.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କନ୍ଧମାଳ ଜିଲ୍ଲାର ଫୁଲବାଣୀରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କୋରାପୁଟ ଜିଲ୍ଲାର କୋରାପୁଟରେ ସର୍ବାଧିକ ୮୨.୮ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୦ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କୋରାପୁଟ ଜିଲ୍ଲାର କୋରାପୁଟରେ ସର୍ବାଧିକ ୮୨.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ୫୬.୦ ମି.ମି., ରାୟଗଡ଼ା ଜିଲ୍ଲାର ଚନ୍ଦ୍ରପୁରରେ ୫୪.୦ ମି.ମି., ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ୪୮.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ୪୮.୨ ମି.ମି., କୋରାପୁଟ ଜିଲ୍ଲାର କୋଟପାଡରେ ୪୫.୦ ମି.ମି., ଗଜପତି ଜିଲ୍ଲାର ନୂଆଗଡ଼ରେ ୪୪.୪ ମି.ମି., କୋରାପୁଟ ଜିଲ୍ଲାର ନନ୍ଦପୁରରେ ୪୪.୦ ମି.ମି., ସିମିଳିଗୁଡାରେ ୪୩.୭ ମି.ମି., ନୟାଗଡ଼ ଜିଲ୍ଲାର ଖଣ୍ଡପଡାରେ ୩୯.୬ ମି.ମି., ଖୋର୍ଦ୍ଧା ଜିଲ୍ଲାର ବାଣପୁରରେ ୩୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁରରେ ୩୬.୦ ମି.ମି. ଏବଂ କୋରାପୁଟ ଜିଲ୍ଲାର ପଟ୍ଟାଙ୍ଗିରେ ୩୫.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande