
ଭୁବନେଶ୍ୱର, ୨୨ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ଆସନ୍ତା ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଅତ୍ୟଧିକ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା ସମ୍ଭାବନା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡା । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା ସମ୍ଭାବନା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ନବରଙ୍ଗପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ନୂଆପଡା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ