
ଭୁବନେଶ୍ୱର, ୨୨ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୪ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ଆସନ୍ତା ୨୬ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡା । ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନୁରୂପ ଭାବେ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ନବରଙ୍ଗପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ନୂଆପଡା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ