
ଭୁବନେଶ୍ୱର, ୨୫ ସେପ୍ଟେମ୍ବର (ହି.ସ.)- ଆଗାମୀ ୧୨ ଘଂଟା ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ଏହି ସମୟରେ ଓଡ଼ିଶା ଉପକୂଳ ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଏହାର ଝଟ୍କା ଘଂଟା ପ୍ରତି ୬୦ କି.ମି. ଛୁଇଁପାରେ । ତେଣୁ ଏହି ସମୟରେ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ