ଗତ ୨୪ ଘଂଟା ମଧ୍ୟରେ ବର୍ଷା : ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ସର୍ବାଧିକ ୫୬.୮ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୫ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ସର୍ବାଧିକ ୫୬.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କଟକ ଜିଲ୍ଲାର ମାହାଙ୍ଗାରେ ୨୯.୦ ମି.ମି., ପୁରୀ ଜିଲ୍ଲାର କାକଟପୁରରେ ୨୮.୦ ମି.
ଗତ ୨୪ ଘଂଟା ମଧ୍ୟରେ ବର୍ଷା : ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ସର୍ବାଧିକ ୫୬.୮ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୫ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ସର୍ବାଧିକ ୫୬.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କଟକ ଜିଲ୍ଲାର ମାହାଙ୍ଗାରେ ୨୯.୦ ମି.ମି., ପୁରୀ ଜିଲ୍ଲାର କାକଟପୁରରେ ୨୮.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୨୫.୦ ମି.ମି., ନୟାଗଡ଼ ଜିଲ୍ଲାର ନୂଆଗାଁରେ ୧୭.୨ ମି.ମି., କଟକ ଜିଲ୍ଲାର ନରାଜରେ ୧୩.୬ ମି.ମି., ମୁଣ୍ଡଳିରେ ୧୦.୦ ମି.ମି., ଆଠଗଡ଼ରେ ୧୦.୦ ମି.ମି., ଜଗତସିଂହପୁର ଜିଲ୍ଲାର ନାଉଗାଁରେ ୯.୦ ମି.ମି., ରାୟଗଡ଼ା ଜିଲ୍ଲାର ଗୁଡାରିରେ ୮.୪ ମି.ମି., କୋଟ୍ରାଗୁଡାରେ ୮.୨ ମି.ମି., କଟକ ଜିଲ୍ଲାର କଟକରେ ୭.୨ ମି.ମି. ଏବଂ ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୭.୨ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande